ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡ଼ିରୁ ନିଲମ୍ବିତ ହେଲା ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ
ବିଜେଡିର ପୁଣି ବଡ଼ ଆକ୍ସନ । ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ନିଲମ୍ବିତ । ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ବିଜେଡିରୁ ସସ୍ପେଣ୍ଡ ହୋଇଛନ୍ତି । ସେହିଭଳି ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଦଳରୁ ନିଲମ୍ବିତ ହୋଇଛନ୍ତି । ଉଭୟ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହୋଇଥିବା ଜଣାପଡିଛି ।
ନିଲମ୍ବିତ ପରେ ମୁକ୍ତିକାନ୍ତ ମଣ୍ଡଳ କହିଛନ୍ତି, କାହିଁକି ସସ୍ପେଣ୍ଡ କରାଗଲା ମୁଁ ଜାଣିନି । ମୁଁ କୌଣସି ପ୍ରକାର ଦଳବିରୋଧୀ କାର୍ଯ୍ୟ କରିନାହିଁ । ସରପଞ୍ଚରୁ ମୋର ରାଜନୈତିକ କ୍ୟାରିୟର ଆରମ୍ଭ । କେହି ଅସହିଷ୍ଣୁ ବ୍ୟକ୍ତିବିଶେଷ କିଛି ରିପୋର୍ଟ କରିଥାଇ ପାରନ୍ତି ବୋଲି ସେ କହିଛନ୍ତି ।