ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ, ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା

ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା ବାହିନୀପତିଙ୍କ ଉପର ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକଙ୍କ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ହାତରେ କଳା ପଟି ବାନ୍ଧି କଂଗ୍ରେସ ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି ।