ନୂଆଦିଲ୍ଲୀ: ଲୋକସଭା ସାଂସଦ ପଦ ଫେରିପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଏ ନେଇ ଆଜି ଜାରି ହୋଇଛି ବିଜ୍ଞପ୍ତି । ମାନହାନୀ ମାମଲାରେ ଗୁଜରାଟ ନିମ୍ନ ଅଦାଲତ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ଦୁଇ ବର୍ଷ ଜେଲ ଦଣ୍ଡାଦେଶ କରିଥିଲେ। ଯେଉଁଥିପାଇଁ ତାଙ୍କୁ ସାଂସଦ ପଦ ହରାଇବାକୁ ପଡ଼ିଥିଲା। ପରେ ରାହୁଲ ନିମ୍ନ ଅଦାଲତଙ୍କ ରାୟକୁ ଗୁଜରାଟ ହାଇକୋର୍ଟରେ ଚ୍ୟାଲେଞ୍ଜ କରିିଲେ ମଧ୍ୟ ହାଇକୋର୍ଟ ନିମ୍ନ ଅଦାଲତଙ୍କ ନିଷ୍ପତ୍ତିକୁ କାଏମ ରଖିଥିଲେ। ଏହାପରେ ରାହୁଲ ସୁପ୍ରିମକୋର୍ଟର ଦ୍ବାରସ୍ଥ ହୋଇଥିଲା ବେଳେ ଶୁକ୍ରବାର ଏହି ପ୍ରସଙ୍ଗରେ ଶୁଣାଣି ହୋଇଥିଲା। ସୁପ୍ରିମକୋର୍ଟ ଜଷ୍ଟିସ୍ ବି ଆର ଗବାଇ, ଜଷ୍ଟିସ୍ ପି ଏସ ନରସିହମା ଏବଂ ଜଷ୍ଟିସ୍ ସଞ୍ଜୟ କୁମାରଙ୍କ ଦ୍ବାରା ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ନିମ୍ନ ଅଦାଲତ ରାହୁଲଙ୍କୁ ଦେଇଥିବା ଦୁଇ ବର୍ଷ ଜେଲ ଦଣ୍ଡାଦେଶ ପାଇଁ କୌଣସି ନିର୍ଦ୍ଦିଷ୍ଟ କାରଣ ନାହିଁ ବୋଲି କହିଥିଲେ। ମୋଦୀ ସାଙ୍ଗିଆକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାରେ ରାହୁଲଙ୍କୁ ସର୍ବୋଚ୍ଚ ନ୍ୟାୟାଳୟରୁ ବଡ଼ ଆଶ୍ବସ୍ତି ମିଳିଥିଲା। ଏହି ମାମଲାରେ ଗୁଜରାଟ ନିମ୍ନ ଅଦାଲତ ରାହୁଲଙ୍କ ପ୍ରତି କରିଥିବା ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରୋକ୍ ଲଗାଇଥିଲା। ସବୁ ଚୋର କାହିଁକି ମୋଦି ସାଙ୍ଗିଆ ବହନ କରିଛନ୍ତି ବୋଲି ୨୦୧୯ ଏପ୍ରିଲ୍ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍ ଗାନ୍ଧୀ ମନ୍ତବ୍ୟ ଦେଇଥିଲେ। ତେବେ ଏହି ମାନହାନି ମାମଲାକୁ ନେଇ କୋର୍ଟରେ କେଶ ଦାଏର ହୋଇଥିଲା। ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦି ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍ଠାରେ ଆୟୋଜିତ ରାଲିରେ ଉଦ୍ବୋଧନ ଦେବା ବେଳେ ରାହୁଲ୍ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ। ଉପରୋକ୍ତ ମାମଲାର ଶୁଣାଣି କରି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଥିଲେ। ରାହୁଲ ଗାନ୍ଧୀଙ୍କୁ ୨ ବର୍ଷର ଦଣ୍ଡାଦେଶ ହୋଇଥିଲା। ଯାହାଫଳରେ ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ