ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ । ବାସଭବନରେ ଜନଶୁଣାଣି କରୁଥିବା ବେଳେ ଯୁବକ ଜଣଙ୍କ ଆକ୍ରମଣ କରିଛନ୍ତି । ତେବେ ଆକ୍ରମଣକାରୀଙ୍କ ନାମ ରାଜେଶ ଖିମଜୀ । ତାଙ୍କ ଘର ଗୁଜୁରାଟ ରାଜକୋଟର । ତାଙ୍କ ବୟସ ୪୧ । ତେବେ ଆକ୍ରମଣ ପରେ ଦିଲ୍ଲୀ ମୁଖ୍ଯମନ୍ତ୍ରୀଙ୍କ ମୁଣ୍ଡରେ ଲାଗିଛି ଆଘାତ । ଚେୟାର ବାଜି ଯିବାରୁ ମୁଣ୍ଡରେ ଆଘାତ ସୂଚନା । ନିଜ ବାସଭବନରେ ସାପ୍ତାହିକ ଜନଶୁଣାଣି କରୁଥିବା ବେଳେ ଏହି ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡା ମାରିଥିଲେ । ନିଜ ଅଭିଯୋଗ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖକୁ ଆସିଥିବା ବେଳେ ଯୁବକ ହଠାତ୍ ରେଖାଙ୍କୁ ଚାପୁଡା ମାରିଥିଲେ । ଯୁବକ ଜଣକ କିଛି କାଗଜ ନେଇ ମୁଖ୍ଯମନ୍ତ୍ରୀଙ୍କ ପାଖରେ ପହଞ୍ଚିବା ପରେ ଜୋରରେ ଚିଲେଇଥିଲେ ଏବଂ ତାପରେ ହଠାତ୍ ଚାପୁଡା ମାରିଥିଲେ । ତାଙ୍କୁ ପୋଲିସ ଅଟକ ରଖି ପଚରା ଉଚରା କରୁଥିବା ପରେ ତାଙ୍କ ବାବଦରେ ଜଣାପଡ଼ିଛି ।
Trending
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
- ସରକାରଙ୍କ ବିଫଳତା ନେଇ ଜନସଚେତନତା ସୃଷ୍ଟି କରିବ ବିଜେଡି
- ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
- ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି
- ପ୍ରଥମ ଥର ପାଇଁ ଭାରତ ମାତାର ପ୍ରତିଛବି ଥିବା ସ୍ମାରକୀ ମୁଦ୍ରା ଉନ୍ନୋଚିତ
- ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ମିଳିଲା ମଞ୍ଜୁରୀ
Prev Post
Next Post