ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି । ଗତ ବର୍ଷ ଆଜିର ଦିନରେ ଝାରସୁଗୁଡ଼ାରେ ନବ ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହାରି ଭିତରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛି । ହେଲେ ନବ ଦାସଙ୍କୁ ଗୋପାଳ କାହିଁକି ହତ୍ୟା କରିଛି ତାହା ଏବେବି ସ୍ପଷ୍ଟ ହୋଇନାହିଁ । ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ଷଡଯନ୍ତ୍ର ଦିଗ ନେଇ ବୟାନ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ମାମଲାରେ ଷଡଯନ୍ତ୍ର ଦିଗକୁ ସାମିଲ କରିନାହିଁ, କି ଏହା ପଛର ସତ ଖୋଜିବାକୁ ଚେଷ୍ଟା କରିନାହିଁ । ଯାହାକୁ ନେଇ ବେଶ ଚର୍ଚା ହେଉଛି ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା