ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ଏହାସହ ବିରୋଧୀଙ୍କୁ ଟାର୍ଗେଟ କରିବାକୁ ମଧ୍ୟ ଭୁଲିନାହାନ୍ତି ନବୀନ । ବିରୋଧୀ ଏବେ ମିଛ କହୁଛନ୍ତି, ଅପପ୍ରଚାର କରୁଛନ୍ତି । ନିର୍ବାଚନ ଥିବାରୁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ନବୀନ କହିଛନ୍ତି । କେବଳ ଏତିକି ନୁହେଁ ଖୋର୍ଦ୍ଧା ସଭାରୁ ଅପରାଜିତାଙ୍କୁ ମଧ୍ୟ ଟାର୍ଗେଟ କରିବାକୁ ଭୁଲିନାହାନ୍ତି ନବୀନ । ପୁରୀ ପରିକ୍ରମା ପ୍ରକଳ୍ପ ଓ ଏକାମ୍ର ପ୍ରକଳ୍ପକୁ ବନ୍ଦ କରିବାକୁ ଭୁବନେଶ୍ୱର ସାଂସଦ ଚେଷ୍ଟା କରିଥିଲେ ବୋଲି କହିଛନ୍ତି ନବୀନ । ତେଣୁ ଏଥର ବିଜେଡିର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିଜୟୀ କରିବାକୁ କହିଛନ୍ତି ନବୀନ ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post