ପଦଯାତ୍ରାର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛନ୍ତି।ତେବେ ପଦଯାତ୍ରା ଆରମ୍ଭରୁ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମିଛ କହି ଭାଜପା କ୍ଷମତାକୁ ଆସିଛି। ପଦ ଯାତ୍ରାରେ ଭାଜପା ସରକାରକୁ ନିଶାନା କରିଛନ୍ତି ନବୀନ। ସେମାନେ ବିଏସକଓ୍ବୋଇ ନାଁ ବଦଳାଇଛନ୍ତି, ଲୋକ ସବୁ ଜାଣନ୍ତି। ୩ଶହ ୟୁନିଟ ମାଗଣା ବିଜୁଳି, ୩ ହଜାର ଭତ୍ତା ଦେବେ କହିଥିଲେ। ମା’ ମାନଙ୍କୁ ୫୦ ହଜାର ଦେବେ କହିଥିଲେ, ଆହୁରି ମଧ୍ୟ କହିଛନ୍ତି, ଏ ସରକାର ଉପରେ ଲୋକଙ୍କ ଭରସା ନାହିଁ, ଲୋକ ମିଛ ଜାଣିଲେଣି। ମିଛ କହି ନିର୍ବାଚନ ଜିତିପାରନ୍ତି, କିନ୍ତୁ ଲୋକଙ୍କ ହୃଦୟ ଜିତିପାରିବେନି। ଭାଜପା ଠାରୁ ବିଜେଡି ଅଧିକ ଭୋଟ ପାଇଛି, ଆମେ ଲୋକଙ୍କ ହୃଦୟରେ ଅଛୁ। ସରକାରୀ କର୍ମଚାରୀ ରାଜଭବନରେ ବି ସୁରକ୍ଷିତ ନୁହଁନ୍ତି। ମୁଁ କ୍ଷମତାରେ ଥାଏ ବା ନଥାଏ, ଲୋକ ସେବା ଜାରି ରହିବ ବୋଲି ନବୀନ କହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post