ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାଡ଼ିବା ଘଟଣା: ବିଜେପିରୁ ୫ ନିଲମ୍ବିତ
ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ମଙ୍ଗଳବାର ବିଜେପିରୁ ୫ ଜଣଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ କର୍ପୋରେଟର ଅପରୂପ ନାରାୟଣ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ନିଲମ୍ବନ କରିଛନ୍ତି।
ସୂଚନାନୁଯାୟୀ, ସୋମବାର ବିଏମସି ଅତିରିକ୍ତ କମିଶନରଙ୍କୁ କିଛି ଦୁର୍ବୃତ୍ତ ମାଡ ମାରିବା ସହ ଆକ୍ରମଣ କରିଥିଲେ । ଏହି ଅଭିଯୁକ୍ତମାନେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଥିଲା । ଏସମ୍ପର୍କରେ ଜଗନ୍ନାଥ କହିଛନ୍ତି ଯେ ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇ ଜଣଙ୍କୁ ଜାଣିଛି।