ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଡିହାଇଡ୍ରେସନ ଯୋଗୁଁ ସେ କିଛିଦିନ ତଳେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ । ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେ ଫେରିଛନ୍ତି । ତାଙ୍କୁ ମେଡିକାଲରୁ ଆଣିବାକୁ ବିଜେଡିର କିଛି ବିଧାୟକ ଓ ସମର୍ଥକ ହସ୍ପିଟାଲ ପାଖରେ ପହଂଚିଥିଲେ । ତାଙ୍କର ଚିକିତ୍ସା ଚାଲିଥିବା ବେଳେ ତାଙ୍କୁ ବିଜେପି ଓ କଂଗ୍ରେସର ନେତା ଏବଂ ବିଧାୟକମାନେ ମଧ୍ୟ ଭେଟି ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କଂଗ୍ରେସ ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ଫୋନ କରି ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ