ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଡିହାଇଡ୍ରେସନ ଯୋଗୁଁ ସେ କିଛିଦିନ ତଳେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ । ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେ ଫେରିଛନ୍ତି । ତାଙ୍କୁ ମେଡିକାଲରୁ ଆଣିବାକୁ ବିଜେଡିର କିଛି ବିଧାୟକ ଓ ସମର୍ଥକ ହସ୍ପିଟାଲ ପାଖରେ ପହଂଚିଥିଲେ । ତାଙ୍କର ଚିକିତ୍ସା ଚାଲିଥିବା ବେଳେ ତାଙ୍କୁ ବିଜେପି ଓ କଂଗ୍ରେସର ନେତା ଏବଂ ବିଧାୟକମାନେ ମଧ୍ୟ ଭେଟି ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କଂଗ୍ରେସ ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ଫୋନ କରି ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ