ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍ ଆଲ୍ଭା ନାମାଙ୍କନ ଦାଖଲ କରିଛନ୍ତି । କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀ, ଏନସିପି ମୁଖ୍ୟ ଶରଦ ପାୱାର, ମଲ୍ଲିକାର୍ଜୁନ ଖାର୍ଗେ ଏବଂ ବିରୋଧୀ ଦଳର ବହୁ ନେତା ଉପସ୍ଥିତ ଥିଲେ । ଗତକାଲି ବିଧିବଦ୍ଧ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ । ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଗତକାଲି ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଏନଡିଏର ଅନେକ ନେତା ଉପସ୍ଥିତ ଥିଲେ । ସେହି ସମୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ରାଜନାଥ ସିଂହ, ନୀତିନ ଗଡ଼କରିଙ୍କ ସମେତ ବିଜେପିର ବହୁ ନେତା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।