କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ପାଇଁ ବାରବାଟୀ-କଟକ ଆସନ ଫାଙ୍କା ରହିଲା। ଆଗାମୀ ଦିନରେ ହେବାକୁ ଥିବା ନିର୍ବାଚନରେ ଏହି ପଦ ପାଇଁ ଲଢ଼େଇ ହେବ ।ଗତ ୫ ବର୍ଷ ଧରି ମୋକିମ କଟକ-ବାରବାଟୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ନିଜ କାର୍ଯ୍ୟ ସମ୍ପାଦନ କରୁଥିବା ବେଳେ ଏବେ ତାହା ଅସିଦ୍ଧ ହୋଇ ଯାଇଛି। ଫଳରେ ବର୍ତ୍ତମାନ ମୋକିମ ବିଧାୟକ କିମ୍ବା ପୂର୍ବତନ ବିଧାୟକ ବୋଲି ସମ୍ବୋଧିତ ହୋଇ ପାରିବେନି।ମାତ୍ର ଆଗାମୀ ନିର୍ବାଚନ ଲଢ଼ିବା ନିମନ୍ତେ ତାଙ୍କ ପାଇଁ କୌଣସି ଅସୁବିଧା ନାହିଁ । କାରଣ ଏ ସମ୍ପର୍କରେ ହାଇକୋର୍ଟ କୌଣସି ଅର୍ଡର ଦେଇ ନାହାନ୍ତି। ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ । ଏପରିକି ସେ ଜାଣିଶୁଣି କିଛି କାଟାଗୋରି ଛାଡ଼ି ଯାଇଥିଲେ। ନାମାଙ୍କନ ପତ୍ରରେ ଏସମ୍ପର୍କୀତ ତଥ୍ୟ ଲୁଚାଇଥିବାରୁ ତାହା RTI ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ବିଜେଡି ନେତା ତଥା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ। ଦେବାଶିଷ ଏନେଇ ୨୦୧୯ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ରୁଜୁ କରିଥିଲେ। ସେହି ଆଧାରରେ କୋର୍ଟ ପକ୍ଷରୁ ଉଭୟ ପକ୍ଷଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post