ଆସନ୍ତାକାଲି ଓଡିଶାରେ ଅନୁଷ୍ଠିତ ହେବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ମତଦାନ ପୂର୍ବରୁ ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି । ଆଇନଶୃଙ୍ଖଳା ଉପରେ ତୀକ୍ଷଣ ଦୃଷ୍ଟି ରଖିବା ସହ ହିଂସା ଉପରେ ଜିରୋ ଟଲେରେନ୍ସ ନୀତି ଅବଲମ୍ବନ କରାଯାଇଥିବା ଡିଜି ସୂଚନା ଦେଇଛନ୍ତି । ୧୧ ଜିଲ୍ଲାର ୯ ହଜାର ୧୬୨ ବୁଥରେ ମତଦାନ ହେବ । ସେଥି ମଧ୍ୟରୁ ୫୫୬ଟି ସମ୍ବେଦନଶୀଳ ବୁଥରେ ଅର୍ଦ୍ଧସାମରିକ ବାହିନୀ ମୁତୟନ ହୋଇଛନ୍ତି । ମୋଟ ୩୩ ହଜାର ପୁଲିସ ଫୋର୍ସ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ନିୟୋଜିତ ହେବେ । ୧୧ ଜିଲ୍ଲାରେ ୬୫୫ ମୋବାଇଲ ପାଟ୍ରୋଲିଂ ପାର୍ଟି କାମ କରୁଛନ୍ତି । ଏହାଛଡା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ୨୫୭ଟି ଫ୍ଲାଇଁ ସ୍କ୍ାଡ ଓ ୨୫୧ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି । ସେହିପରି ଜାନୁଆରି ପ୍ରଥମ ସପ୍ତାହରୁ ଆଜି ଯାଏଁ ୫୫ଟି ଆଂଟି ନକ୍ସଲ ଅପରେସନ ହୋଇଛି । ଅପରାଧୀଙ୍କ ବିରୋଧରେ ୩୪ ହଜାର ଗିରଫ ଦାରି ଜାରି ହେବା ସହ ୪ ହଜାର ପଳାତକଙ୍କ ବିରୋଧରେ ଲଟକା ଲାଗିଛି । ୭ ଜଣଙ୍କୁ ଏନଏସଏରେ ବୁକ କରାଯାଇଛି । ୨୩୬ ଜଣଙ୍କ ଠାରୁ ବେଆନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ମୋଟ ୮୭ କୋଟି ଟଙ୍କାର ନିଶା ସାମଗ୍ରୀ ଜବତ ହୋଇଥିବା ଡିଜିପି ସୂଚନା ଦେଇଛନ୍ତି । ଏହାଛଡା ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତିଜନକ ପୋଷ୍ଟ ହଟାଯାଉଥିବା ପୁଲିସ ଡିଜି କହିଛନ୍ତି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ