ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଆଗରେ ବସୁନ୍ଧରା ରାଜେ ରହିଛନ୍ତି । ତାଙ୍କ ସମର୍ଥକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଛନ୍ତି । ରାଜସ୍ଥାନ ନିର୍ବାଚନ ଫଳ ଘୋଷଣାକୁ ଇତିମଧ୍ୟରେ ତିନି ଦିନ ବିତିଲାଣି । କିନ୍ତୁ ମୁଖ୍ୟମନ୍ତ୍ରୀ ଚୌକିରେ କିଏ ବସିବ ତାହା ଜଣାପଡ଼ିନାହିଁ। ମୁଖ୍ୟମନ୍ତ୍ରୀ ଆସନ ପାଇଁ ୫ ନେତାଙ୍କ ନାମ ଏବେ ଚର୍ଚ୍ଚା ହେଉଛି। ସେମାନେ ହେଲେ ଦୀୟା କୁମାରୀ, ମହନ୍ତ ବାଲକନାଥ, କିରୋଡ଼ୀ ଲାଲ ମୀନା, ଗଜେନ୍ଦ୍ର ସିଂହ ଶେଖାୱତ ଏବଂ ବସୁନ୍ଧରା ରାଜେ। ଅନ୍ୟତମ ଦାବିବାର ହେଉଛନ୍ତି ମହନ୍ତ ବାଲକନାଥ। ୟୁପିରେ ଯୋଗୀ ଆଦିତ୍ୟନାଥଙ୍କ ଭଳି ରାଜସ୍ଥାନରେ ମଧ୍ୟ ତାଙ୍କର ଲୋକପ୍ରିୟତା ରହିଛି। ସେହିଭଳି ତୃଣମୂଳ ସ୍ତରର ନେତା ସାଂସଦ କିରୋଡ଼ୀ ଲାଲ ମୀନା ମଧ୍ୟ ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ଅଛନ୍ତି। ଗେହଲଟ ସରକାର ବିରୋଧରେ ସେ ଲଗାତାର ସ୍ବର ଉଠାଇ ଆସୁଥିଲେ। କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କୁ ମଧ୍ୟ ଭାବି ମୁଖ୍ୟମନ୍ତ୍ରୀ ଭାବେ ଦେଖାଯାଉଛି। ଶେଖାୱତ ଅବଶ୍ୟ ବିଧାନସଭା ନିର୍ବାଚନ ଲଢ଼ିନାହାନ୍ତି। କିନ୍ତୁ ସେ ଯଦି ମୁଖ୍ୟମନ୍ତ୍ରୀ ହେବେ ତାହେଲେ କରନପୁର ଆସନରୁ ସେ ବିଧାନସଭା ନିର୍ବାଚନ ଲଢ଼ିପାରନ୍ତି। ଏହାବ୍ୟତୀତ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ମଧ୍ୟ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅଛନ୍ତି। ତାଙ୍କୁ ମଧ୍ୟ ଦଳ ବିଚାରକୁ ନେଇପାରେ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post