ନୂଆଦିଲ୍ଲୀ: ୧୪ରୁ ଆରମ୍ଭ ହେବ ରାହୁଲ ଗାନ୍ଧିଙ୍କ ‘ଭାରତ ନ୍ୟାୟ ଯାତ୍ରା । ରାହୁଲଙ୍କ ଏହି ଭାରତ ନ୍ୟାୟ ଯାତ୍ରା ୧୪ଟି ରାଜ୍ୟର ୮୫ ଜିଲ୍ଲା ଦେଇ ଯାତ୍ରା କରିବ। କଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖଡଗେ ଇମ୍ଫାଲରୁ ଏହି ଯାତ୍ରାର ଶୁଭାରମ୍ଭ କରିବେ। ମଣିପୁର, ନାଗାଲାଣ୍ଡ, ଆସାମ, ମେଘାଳୟ, ପଶ୍ଚିମବଂଗ, ବିହାର, ଓଡ଼ିଶା, ଛତିଶଗଡ଼, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର ଦେଇ ଯାତ୍ରା କରିବେ ରାହୁଲ ଗାନ୍ଧି। ବସ ସହ ପଦଯାତ୍ରା ମଧ୍ୟ କରିବେ ରାହୁଲ ଗାନ୍ଧି। ଦୁଇ ରାଜ୍ୟରେ ବିଧାନସଭା ନିର୍ବାଚନ ହାତେଇବା ପରେ ସାଧାରଣ ନିର୍ବାଚନ ପୂର୍ବରୁ ରାହୁଲ ମଣିପୁରରୁ ମୁମ୍ବାଇକୁ ଯାତ୍ରା କରିବେ।ନିର୍ବାଚନ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ନ୍ୟାୟ ଯାତ୍ରା ଘୋଷଣା କରାଯାଇଛି। ଆସନ୍ତା ଜାନୁଆରୀ ୧୪ରୁ ଭାରତ ନ୍ୟାୟ ଯାତ୍ରା ଆରମ୍ଭ କରିବେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧି। ପୂର୍ବାଞ୍ଚଳ ରାଜ୍ୟ ମଣିପୁରରୁ ଏହି ଯାତ୍ରା ଆରମ୍ଭ ହୋଇ ପଶ୍ଚିମର ମୁମ୍ବାଇରେ ଶେଷ ହେବ। ୬ ହଜାର ୨ଶହ କିଲୋମିଟର ଯାତ୍ରା କରିବେ ବରିଷ୍ଠ କଂଗ୍ରେସ ନେତା ରାହୁଲ। ଏଥଇପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି କଂଗ୍ରେସ । ଆସନ୍ତା ମାର୍ଚ୍ଚ ୨୦ରେ ଶେଷ ରାହୁଲଙ୍କ ଏହି ଯାତ୍ରା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post