ଆଜି ସଂସଦରେ ଅନାସ୍ଥା ପ୍ରସ୍ତାବର ସାମ୍ନା କରିବେ ମୋଦି ସରକାର । ଆଜିଠାରୁ ୩ ଦିନ ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ହେବ । ୧୩୫ ଦିନ ପରେ ସାଂସଦ ପଦ ଫେରି ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ମଧ୍ୟ ଅନାସ୍ଥା ପ୍ରସ୍ତାବ ଉପରେ ନିଜର ମତ ରଖିବେ। ଲୋକସଭାରେ ପ୍ରଥମ ଡିବେଟ୍ ରାହୁଲ ଗାନ୍ଧିଙ୍କଠାରୁ ଆରମ୍ଭ ହୋଇପାରେ । ୪ ମାସ ପରେ ପୁଣି ଲୋକସଭାକୁ ଫେରିଛନ୍ତି ରାହୁଲ । ହିଂସାକାଣ୍ଡ ପରେ ଜୁନରେ ସେ ମଣିପୁର ଯାଇଥିଲେ । ମଣିପୁର ହିଂସାକୁ ନେଇ ରାହୁଲ କଣ କହିବେ ତାଉପରେ ନଜର ରହିଛି । ବିରୋଧୀଙ୍କ ତୁହାକୁ ତୁହା ଦାବି ପରେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଗୃହରେ ବିବୃତ୍ତି ନରଖିବାରୁ ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ । ଆସନ୍ତା ୧୦ ତାରିଖରେ ବିରୋଧୀଙ୍କ ଉତ୍ତର ରଖିବେ ପ୍ରଧାନମନ୍ତ୍ରୀ । ଜୁଲାଇ ୨୬ ତାରିଖରେ ମୋଦି ସରକାର ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ କଂଗ୍ରେସ ସାଂସଦ ଗୌରବ ଗୋଗୋଇ । ଲୋକସଭା ବାଚସ୍ପତି ଓମ୍ ବିର୍ଲା ଅନାସ୍ଥା ପ୍ରସ୍ତାବ ଗ୍ରହଣ କରିଥିଲେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ