ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ମିଶ୍ର ପ୍ରମୁଖଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର କରାଯାଇଛି।ସେହିପରି ମୋଟ ୧୪ ଜଣ ନେତା ହୋଇଛନ୍ତି ରାଜ୍ୟସ୍ତରୀୟ ମୁଖପାତ୍ର। ତା’ଛଡ଼ା ସନ୍ତୃପ୍ତ ମିଶ୍ର ଏବଂ କଳିକେଶ ସିଂଦେଓଙ୍କ ସମେତ ୬ ନେତାଙ୍କୁ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେହିଭଳି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ୫ ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଦଳ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ବ ତୁଲାଇବେ । ସେହିପରି ୧୪ ଜଣଙ୍କୁ ରାଜ୍ଯସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ଯାପଟେନ ଦିବ୍ଯ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ।ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ବରିଷ୍ଠ ରାଜ୍ଯ ଗଣମାଧ୍ଯମ ସଂଯୋଜକ ଭାବେ ନିଯୁକ୍ତ ହୋଇଥିବାବେଳେ ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ଯମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ