ଆଗାମୀ ଉପ-ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟୀ ହେବା ସୁନିଶ୍ଚିତ । କାରଣ ଏନଡିଏ ପାଖରେ ବହୁମତ ରହିଛି । ତେବେ ମିଳିତ ବିରୋଧୀ ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ ବଢ଼ୁଛି । ଏବେ ଟିଆରଏସ ତାର ସମର୍ଥନ ଜଣାଇଛି । ଟିଆରଏସ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ତାଙ୍କର ସମର୍ଥନ ଜଣାଇଛି । ଦଳର ସଭାପତି ତଥା ତେଲେଙ୍ଗନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଏ ବାବଦରେ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସେ ଏକ ବିବୃତ୍ତି ଯୋଗେ ଏହି ସୂଚନା ଦେଇଛନ୍ତି ।ଆଗକୁ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ସମସ୍ତ ୧୬ଜଣ ଟିଆରଏସ ସାଂସଦ ବିରୋଧୀ ଦଳ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ଭୋଟ ଦେବ ବୋଲି କହିଛି । ଏହା ପୂର୍ବରୁ ଜେଏମଏମ ଏବଂ ଆପ ମଧ୍ୟ ତାଙ୍କର ସମର୍ଥନ ମାର୍ଗାରେଟଙ୍କୁ ଦେବ ବୋଲି କହିସାରିଛି । ଆସନ୍ତାକାଲି ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ଏନଡିଏ ତରଫରୁ ଜଗଦୀପ ଧନଖଡ ଏବଂ ବିରୋଧୀ ମାନେ ମାର୍ଗାରେଟ ଆଲଭାଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛନ୍ତି । କେବଳ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନରେ ଭାଗନେବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ