ଭୁବନେଶ୍ବର: ଆସନ୍ତା ୨୧ ତାରିଖରୁ ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଉପବାଚସ୍ପତି ନିର୍ବାଚନ ହେବ ବୋଲି ସ୍ଥିର ହୋଇଛି। ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ହେଉଛି। ସୋମବାର ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ରାଜ୍ୟ କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ରହିବେ। ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ମଙ୍ଗଳବାର ମଧ୍ୟାହ୍ନରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ବିଧାନସଭା ପରିସରସ୍ଥିତ ପ୍ରକୋଷ୍ଠରେ ବସିବ ବୋଲି ଜଣାପଡ଼ିଛି।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି