ଭୁବନେଶ୍ବର: ଆସନ୍ତା ୨୧ ତାରିଖରୁ ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ ଉପବାଚସ୍ପତି ନିର୍ବାଚନ ହେବ ବୋଲି ସ୍ଥିର ହୋଇଛି। ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ହେଉଛି। ସୋମବାର ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ରାଜ୍ୟ କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ରହିବେ। ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ମଙ୍ଗଳବାର ମଧ୍ୟାହ୍ନରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ବିଧାନସଭା ପରିସରସ୍ଥିତ ପ୍ରକୋଷ୍ଠରେ ବସିବ ବୋଲି ଜଣାପଡ଼ିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ