୨୦୨୪-୨୫ ଆର୍ଥିକ ବର୍ଷରେ ୯୮ ହଜାର ୬୨୦ ସଂଖ୍ୟକ ଶିଶୁ ଅପପୃଷ୍ଟିର ଶିକାର ହୋଇଛନ୍ତି । ଅପପୃଷ୍ଟି ରୋକିବାକୁ ସରକାର ସବୁ ପ୍ରକାର ପଦକ୍ଷେପ ନେଉଥିବା’, ବିଧାନସଭାରେ ଲିଖିତ ଉତ୍ତର ରଖି କହିଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ପରିପୂରକ ପୁଷ୍ଟି ଯୋଜନା ମାଧ୍ୟମରେ ଅଙ୍ଗନୱାଡି କେନ୍ଦ୍ରରେ ପଞ୍ଜୀକୃତ ସମସ୍ତ ଶିଶୁ (୬ ମାସରୁ ୬ ବର୍ଷ) ମାନଙ୍କୁ ପ୍ରତି ମାସରେ ୨୫ ଦିନ ହିସାବରେ ବର୍ଷକୁ ୩୦୦ ଦିନ ପାଇଁ ପରିପୂରକ ପୁଷ୍ଟିକର ଖାଦ୍ୟ ଯୋଗାଇ ଦିଆଯାଉଛି । ଏହି ଯୋଜନା ମାଧ୍ୟମରେ ୬ ମାସରୁ ୩ ବର୍ଷ ବୟସର ସାଧାରଣ ଶିଶୁଙ୍କୁ THR ଛତୁଆ, ଅଣ୍ଡା, ଲଡୁ, ଶୁଖିଲା ରାସନ ଇତ୍ୟାଦି ଯୋଗାଇ ଦିଆଯାଉଛି । ଯେଉଁ ଶିଶୁମାନେ ଅଣ୍ଡା ଖାଇବେ ନାହିଁ ସେମାନଙ୍କୁ ମାସକୁ ଅତିରିକ୍ତ ଲଡୁ ପ୍ରଦାନ କରାଯିବାର ବ୍ୟବସ୍ଥା ହୋଇଛି । ସେହିପରି ୩ ବର୍ଷରୁ ୬ ବର୍ଷର ଶିଶୁଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ଗରମ ରନ୍ଧା ଖାଦ୍ୟରେ ସପ୍ତାହକୁ ୫ ଟି ଅଣ୍ଡା ଦିଆଯାଉଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ ପୁଷ୍ଟି ଯୋଜନା ମାଧ୍ୟମରେ SAM ଶିଶୁ (୬ ମାସରୁ ୫ ବର୍ଷ) ମାନଙ୍କୁ ପ୍ରତିଦିନ ୧୦୦ ଗ୍ରାମ Augmented ଛତୁଆ ଓ ଗୋଟେ ଅଣ୍ଡା ହିସାବରେ ୧୧୨ ଦିନ ପାଇଁ ଖାଦ୍ୟ ଯୋଗାଇ ଦିଆଯାଉଛି । SUW ଓ MAM ଶିଶୁମାନଙ୍କୁ ବେସନ ଅଟା ମିଶ୍ରଣ, କଦଳୀ ଓ ଅଣ୍ଡା ୭୫ ଦିନ ପାଇଁ ପ୍ରଦାନ କରାଯାଉଛି । ଏତତବ୍ୟତୀତ, ପଡା ପୁଷ୍ଟି କାର୍ଯ୍ୟକ୍ରମ ଅଧୀନରେ ଦୁର୍ଗମ ଅଂଚଳରେ ବାସ କରୁଥିବା 3-6 ବର୍ଷ ବୟସର ଶିଶୁ, ଯେଉଁମାନେ ଅଙ୍ଗନୱାଡି କେନ୍ଦ୍ରକୁ ଆସି ପାରନ୍ତି ନାହିଁ, ସେମାନଙ୍କୁ ଉକ୍ତ ଗ୍ରାମରେ ଉଭୟ ସକାଳ ଜଳଖୁଆ ଏବଂ ଗରମ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଥାଏ |
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର