ଆଜି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଆଗତ କରିବେ । ବର୍ଷର ପ୍ରଥମ ୪ ମାସ ପାଇଁ ଏହି କାମଚଳା ବଜେଟ ଆଗତ ହେଉଥିବା ବେଳେ ଏହା ଉପରେ ଏବେ ସଭିଙ୍କ ନଜର ରହିଛି । ଆଗକୁ ବିଧାନସଭା ଓ ଲୋକସଭା ନିର୍ବାଚନ ଥିବାରୁ ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ କ୍ଷେତ୍ର ପ୍ରତି ଫୋକସ୍ କରିପାରନ୍ତି । ନିକଟରେ ଏହି ବଜେଟକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଥିଲା ।ରାଜ୍ୟ ସରକାର ଏହି ବଜେଟ୍ରେ ମୁଖ୍ୟତଃ କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ, ମିସନ୍ ଶକ୍ତିଙ୍କୁ ସହାୟତା ଓ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରକୁ ଗୁରୁତ୍ବ ଦେବେ। ରାଜ୍ୟ ସରକାର ଘୋଷଣା କରିଥିବା ମେଟ୍ରୋ ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ ପାଇଁ ବଜେଟ୍ରେ ଅର୍ଥ ବ୍ୟବସ୍ଥା ରହିବ। ସେହିପରି ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବାବେଳେ ଯେପରି ବିକାଶମୂଳକ କାର୍ଯ୍ୟ ଜାରି ରହିବ, ସରକାରୀ କର୍ମଚାରୀଙ୍କ ବେତନ, ପେନସନ୍ ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚରେ କୌଣସି ସମସ୍ୟା ହେବନି ସେନେଇ ବଜେଟ୍ରେ ବ୍ୟବସ୍ଥା କରାଯିବ।
Trending
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
- ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
- ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
Next Post