ଆଜି ଦିଲ୍ଲୀ ପାଇବ ନୂଆ ମୁଖ୍ୟମନ୍ତ୍ରୀ । ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମର୍ଲେନା । ଦିଲ୍ଲୀର ମନୋନିତ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟା 4ଟା 30ରେ ଶପଥ ନେବେ । ଏହାସହିତ ଆଜି 5ଜଣ କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଶପଥ ନେବେ । ସୌରଭ ଭରଦ୍ବାଜ, ଗୋପାଳ ରାୟ, କୈଳାସ ଗେହଲଟ, ଇମରାନ ହୁସେନ ଆଜି ଶପଥ ନେବେ ।ଯଦି ଆତିଶୀଙ୍କ ବିଷୟରେ ଦେଖିବା ତାହେଲେ ଆପ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବିଶ୍ବସନୀୟ ନେତାଙ୍କ ମଧ୍ୟରୁ ଜଣେ । ତେଣୁ ଯେତେବେଳେ ମନୀଷ ସିସୋଦିଆ ଏବଂ ସତୈନ୍ଦ୍ର ଜୈନଙ୍କୁ ଗିରଫ କରାଯାଇଥିଲା ସେତେବେଳେ ମନ୍ତ୍ରୀମଣ୍ଡଳର ଦାୟିତ୍ବ ଆତିଶୀଙ୍କୁ ଦିଆଯାଇଥିଲା । ତେବେ କ୍ୟାବିନେଟରେ ସାମିଲ ହେବାର ପ୍ରାୟ ଦେଢ ବର୍ଷ ପରେ ସେ ଆଜି ମୁଖ୍ୟମନ୍ତ୍ରୀ ପଦରେ ବସିବାକୁ ଯାଉଛନ୍ତି । କେଜ୍ରିଓ୍ବାଲ ସରକାରଙ୍କ ସମୟରେ ସେ ଅନେକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ସମ୍ଭାଳିଛନ୍ତି । ବର୍ତ୍ତମାନ ସେ ଦିଲ୍ଲୀର ଶିକ୍ଷା, ମହିଳା ଓ ଶିଶୁ କଲ୍ୟାଣ ବିଭାଗ, ସଂସ୍କୃତି ପର୍ଯ୍ୟଟନ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ରହିଛନ୍ତି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଲିଷ୍ଟ ଯଦି ଦେଖିବା ତାହେଲେ ସେ ସବୁଠୁ କନିଷ୍ଠ ଅଟନ୍ତି । ସୁଷମା ସ୍ବରାଜ ଏବଂ ଶୀଲା ଦିକ୍ଷିତ ପରେ ସେ ଆତିଶୀ ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ।ଯଦି ଆତିଶୀଙ୍କର ରାଜନୈତିକ କ୍ୟାରିୟର କଥା ଦେଖିବା ତାହେଲେ ସେ ଆମ୍ ଆଦମୀ ପାର୍ଟି ପ୍ରତିଷ୍ଠା ସମୟରେ ହିଁ ଦଳରେ ଯୋଗ ଦେଇଥିଲେ । 2015 ମସିହାରେ ସେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କର ପରାମର୍ଶଦାତା ଭାବେ କାର୍ଯ୍ୟ କରିଥିଲେ । 2019 ଲୋକସଭା ନିର୍ବାଚନରେ ପ୍ରତିଦ୍ବନ୍ଦିତା କରି ବାଜି ମାରିଥିଲେ । ଏହାପରେ ଦିଲ୍ଲୀ କ୍ୟାବିନେଟରେ ସାମିଲ ହୋଇଥିଲେ । ବର୍ତ୍ତମାନ ସେ ଅନେକ ବିଭାଗର ଦାୟିତ୍ବ ତୁଲାଉଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୁକୁଟ ପିଢିବେ ଆତିଶୀ ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post