ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ପ୍ରଥମଥର ଲାଗି କଂଗ୍ରେସ ହାଇଦ୍ରାବାଦରେ କାର୍ଯ୍ୟକାରିଣୀ(ସିଡବ୍ଲୁସି)ର ଦୁଇ ଦିନିଆ ବୈଠକ କରିବାକୁ ଯାଉଛି। ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଯୋଗଦେବେ। ଏଥି ସହିତ ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ବୈଠକ ପାଇଁ ଦେଶର ବିଭିନ୍ନ ସ୍ଥାନରୁ କଂଗ୍ରେସର କାର୍ଯ୍ୟକାରୀ କମିଟିର ସଦସ୍ୟ ମାନେ ହାଇଦ୍ରାବାଦରେ ପହଞ୍ଚି ସାରିଛନ୍ତି ।ତେବେ ଇଣ୍ଡିଆ ମେଣ୍ଟରେ ବଡ଼ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା କଂଗ୍ରେସ ଦଳ ବର୍ତ୍ତମାନ ତାର ଏକ ନିଜସ୍ୱ ବୈଠକ କରିବ। ଯେଉଁଥିରେ ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ରଣନୀତି, ବିରୋଧୀ ମେଣ୍ଟ ଭିତରେ ଦଳ ପ୍ରାର୍ଥୀ ଦେବା, ଆଗାମୀ ବିଧାନସଭା ନିର୍ବାଚନ ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା ହେବ। ସେହିପରି ଇଣ୍ଡିଆ ମେଣ୍ଟରୁ କଂଗ୍ରେସ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଦେବା ପାଇଁ ଏକ ବଡ଼ କୌଶଳ ଆପଣେଇବାକୁ ଯାଉଥିବା ଚର୍ଚ୍ଚା ହେଉଛି।
Trending
- ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର: ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ
- ପୋଲିସ ଏସ୍ଆଇ ନିଯୁକ୍ତି ଘଟଣା: ଦୋଷୀଙ୍କୁ ଧରିବା ପାଇଁ ସିବିଆଇ କ’ଣ ଦରକାର ପଡ଼ିଲେ ଏନ୍ଆଇଏ ତଦନ୍ତ ହେବ
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
Prev Post
Next Post