ଆଜି ଠାରୁ ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ପରଲୋକଗତ ସଦସ୍ୟମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ। ଏହା ପରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଆଗତ ହେବ। ସେପ୍ଟେମ୍ବର ୨୩ ଓ ୨୪ ତାରିଖ ବିଧାନସଭା ଛୁଟି ରହିବ। ୨୫ରୁ ୨୭ ତାରିଖ ଯାଏ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୨୮ ଓ ୩୦ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ହେବାକୁ ଥିବା ଅତିରିକ୍ତ ବଜେଟର ଖର୍ଚ୍ଚ ଦାବି ଆଲୋଚନା ହେବ। ଅକ୍ଟୋବର ୧ ଓ ୨ ତାରିଖ ରବିବାର ଓ ଗାନ୍ଧୀ ଜୟନ୍ତୀ ପାଇଁ ବିଧାନସଭା ଛୁଟି ରହିବ। ଅକ୍ଟୋବର ୩ ତାରିଖରେ ପ୍ରଥମ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ବିଧାନସଭାରେ ଗୃହୀତ ହେବ। ଅକ୍ଟୋବର ୪ ତାରିଖରେ ବେସରକାରୀ କାର୍ଯ୍ୟଦିବସ ରହିଛି।
Trending
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
Prev Post
Next Post