ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ।ନିଜର ଇସ୍ତଫା ପତ୍ର ସେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ପ୍ରଦାନ କରିଛନ୍ତି । ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେଡି ସଂଗଠନକୁ ସୁଦୃଢ଼ କରିବା ପାଇଁ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ଚର୍ଚ୍ଚା ହୋଇଥିଲା । ମାତ୍ର ଉକ୍ତ ଚର୍ଚ୍ଚାକୁ ଶ୍ରୀ ସିଂହ ଖଣ୍ଡନ କରି ନଥିଲେ ।ଶ୍ରୀ ସିଂହ ଗତ ୨୦୧୯ ମସିହା ଜୁନ ମାସରୁ ଉପବାଚସ୍ପତି ପଦରେ ରହିଥିଲେ । ସେ ଅନୁଗୁଳ ବିଧାନସଭା ଆସନରୁ କ୍ରମାଗତ ୪ ଥର ବିଧାୟକ ଭାବେ ଜିତିଥିଲେ । ଏହା ପୂର୍ବରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଚସ୍ପତି ପଦରୁ ଇସ୍ତଫା ଦେବାକୁ ଦଳ ପକ୍ଷରୁ କୁହାଯାଇଥିଲା । ଏହାପରେ ପ୍ରମିଳା ମଲ୍ଲିକ ରାଜ୍ୟର ପ୍ରଥମ ମହିଳା ବାଚସ୍ପତି ଭାବେ ଗତ ସେପ୍ଟେମ୍ବର ମାସରେ ଶପଥ ଗ୍ରହଣ କରିଥିଲେ । ଗତ କିଛି ମାସ ହେଲା ବିଜେଡି ପଞ୍ଚାୟତ ଠାରୁ ବ୍ଲକ ସଂଗଠନରେ ଅନେକ ପରିବର୍ତ୍ତନ କରିଛି । ତେଣୁ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟରେ ଦଳ ରଜନୀଙ୍କ କ୍ଷେତ୍ରରେ ଏହି ନିଷ୍ପତ୍ତି ନେଇଥାଇପାରେ ବୋଲି କୁହାଯାଉଛି ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post