ଆସନ୍ତା ୧୭ ତାରିଖରେ ମଧ୍ୟପ୍ରଦେଶର ୨୩୦ଟି ବିଧାନସଭା ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ଏନେଇ ଦୁଇ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜୋରଦାର ଭାବେ ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ତେବେ ଏହା ମଧ୍ୟରେ ଏକ ବିବାଦୀୟ ଦୃଶ୍ୟ ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଜଣେ କଂଗ୍ରେସ ପ୍ରାର୍ଥୀ ପାଲେଷ୍ଟାଇନ ଓ ହମାସ ନାମରେ ଭୋଟ ପାଇଁ ଅପିଲ କରୁଛନ୍ତି । ଏନେଇ ଏକ ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ ହୋଇଛି ।ସୂଚନା ମୁତାବକ, ଖର୍ଗୋନ ନିର୍ବାଚନ ମଣ୍ଡଳୀରୁ ଆସିଛି ଏହି ଖବର । ଜଣେ କଂଗ୍ରେସ ପ୍ରାର୍ଥୀ ଏକ ସଭାରେ ରୁଣ୍ଡ ହୋଇଥିବା କିଛି ଲୋକଙ୍କୁ ସମ୍ବୋଧିତ କରିବା ଅବସରରେ ସେ ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ନାମରେ ଭୋଟ ଭିକ୍ଷା କରୁଥିବା ଜଣାପଡ଼ିଛି । ଖର୍ଗୋନ ଏକ ମୁସଲିମ ବହୁଳ ଅଞ୍ଚଳ ହୋଇଥିବା ବେଳେ ରାଜ୍ୟରେ କଂଗ୍ରେସ-ବିଜେପି ମଧ୍ୟରେ କଡ଼ା ମୁକାବିଲା ହେବ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Prev Post
Next Post