ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି ହେବ। ବିଗତ ୫ ବର୍ଷ ଧରି ରାଜ୍ୟର ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସଗୁଡ଼ିକ ଉଚ୍ଛୃଙ୍ଖଳ ତଥା ଅଶାନ୍ତ ରହିବା ଓ ଲିଙ୍ଗ୍ଡୋ କମିସନ ନିୟମ ପାଳନ କରାନଯିବା ଦର୍ଶାଇ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ କରାଉନାହାନ୍ତି। ହେଲେ ସମ୍ବିଧାନ ଓ ଲିଙ୍ଗଡ଼ୋ କମିସନ୍ଙ୍କ ରିପୋର୍ଟ ଅନୁଯାୟୀ ୧୮ବର୍ଷ ବୟସରେ ଜଣେ ବ୍ୟକ୍ତି ଜନପ୍ରତିନିଧି ଆଇନର ପରିସର ମଧ୍ୟରେ ଦେଶ ତଥା ରାଜ୍ୟର ନେତା ମନୋନୀତ କରିବାର ଅଧିକାର ପାଉଛନ୍ତି। ତେଣୁ ରାଜ୍ୟର ସରକାରୀ, ବେସରକାରୀ, ଅନୁଦାନପ୍ରାପ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ କରାଇବାକୁ ନିର୍ଦେଶ ଦେବା ନିମନ୍ତେ ପ୍ରାର୍ଥନା କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଗତ ସେପ୍ଟେମ୍ବର ୧୮ ତାରିଖରେ ଦାୟର ହୋଇଥିଲା। ଏବିଭିପିର ରାଜ୍ୟ ସମ୍ପାଦକ ଅରିଜିତ ପଟ୍ଟନାୟକ ଓ ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଚଣ୍ଡୀ ପ୍ରସାଦଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଥିଲା।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post