ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ନିକଟରେ ଜୟ ବିଜେପିରେ ସାମିଲ ହୋଇଥିଲେ । ତେଣୁ ସେ ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ ହୋଇପାରନ୍ତି ବୋଲି ରାଜନୀତିକ ମହଲରେ ଚର୍ଚ୍ଚା ଜୋର ଧରିଥିଲା । ଏବେ ଉକ୍ତ ଚର୍ଚ୍ଚାର ଅନ୍ତ ଘଟିଛି । ଅନ୍ୟପକ୍ଷରେ ଜୟ ବିଜେପିରେ ସାମିଲ ହେବା ପରେ ଦଳୀୟ କର୍ମୀଙ୍କ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଆଶାୟୀଙ୍କ ଠାରୁ ତୃଣମୂଳ ସ୍ତରର କର୍ମୀ ଏହାକୁ ସହଜରେ ଗ୍ରହଣ କରିପାରି ନଥିଲେ । ଅସନ୍ତୁଷ୍ଟଙ୍କୁ ବୁଝାଇବା ପାଇଁ ଭୁବନେଶ୍ବର ଡାକରା ହୋଇଥିଲା । ୨୫ ବର୍ଷ ହେଲାଣି ଢୋଲକିଆ ପରିବାର ସହ ବିଜେପି କର୍ମୀମାନେ ଲଢ଼େଇ କରୁଥିବା ବେଳେ, ଏବେ ପରିବର୍ତ୍ତିତ ସ୍ଥିତି ନେଇ କର୍ମୀଙ୍କ ମହଲରେ ବଢ଼ିଛି ଅଡ଼ୁଆ । ସରକାରରେ ଥିବାରୁ ବିଜେପି ପାଇଁ ନୂଆପଡ଼ା ଉପନିର୍ବାଚନ ସମ୍ମାନର ପ୍ରଶ୍ନ ହୋଇଛି । ନୂଆପଡ଼ା ଫଳାଫଳ ସରକାରଙ୍କ ଲୋକପ୍ରିୟତାର ପରୀକ୍ଷା ହୋଇଥିବାରୁ ଦଳ ଭାବିଚିନ୍ତି ଗୋଟି ଚଳାଉଛି ।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ