ଭାରତ ଓ କାନାଡ଼ା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସନକ। ସେ ତାଙ୍କ କାନାଡ଼ା ପ୍ରତିପକ୍ଷ ଜଷ୍ଟିନ ଟ୍ରୁଡୁଙ୍କୁ ଫୋନ୍ କରି ଏ ସମ୍ପର୍କରେ ଆଲୋଚନା କରିଥିବା ଜଣାପଡ଼ିଛି। ଆଲୋଚନା ବେଳେ ପ୍ରତ୍ୟେକ ରାଷ୍ଟ୍ର ଅପରର ସାର୍ବଭୌମତ୍ବ ଓ ଆଇନର ଶାସନ ପ୍ରତି ସମ୍ମାନ ଦେବା ଉପରେ ସନକ ଗୁରୁତ୍ବ ଦେଇଥିଲେ। ଭିଏନା କନ୍ଭେନ୍ସନ୍ ଆଧାରରେ ଉଭୟ କୂଟନୈତିକ ସମ୍ପର୍କ ବଜାୟ ରଖିବେ ବୋଲି ସେ ଆଶା ବ୍ୟକ୍ତ କରିଥିଲେ। ସନକ ନିଜ ଦେଶର ସ୍ଥିତି ସ୍ପଷ୍ଟ କରିବା ସହ ପରିସ୍ଥିତି ସୁଧାରିବା ପାଇଁ ନିୟମିତ ଆଲୋଚନା କରିବେ ବୋଲି ନିଷ୍ପତ୍ତି ହୋଇଥିବା ୧୦-ଡାଉନିଂ ଷ୍ଟ୍ରିଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଶନିବାର ସ୍କଟଲ୍ୟାଣ୍ଡର ଗ୍ଲାସ୍ଗୋ ଗୁରୁଦ୍ବାରରେ ଖଲିସ୍ତାନୀମାନେ ଭାରତୀୟ ଉଚ୍ଚାୟୁକ୍ତ ବିକ୍ରମ ଦୋରାଇସ୍ବାମୀଙ୍କୁ ଦୁର୍ବ୍ୟବହାର କରିବା ପରେ ଚିନ୍ତିତ ସନକ ଏଭଳି ପଦକ୍ଷେପ ନେଇଥିବା କୁହାଯାଉଛି। ଅପରପକ୍ଷରେ ଶୁକ୍ରବାର ଭାରତର ଚେତାବନୀ ଆଧାରରେ କାନାଡ଼ା ଭାରତରୁ ଏହାର କୂଟନୀତିଜ୍ଞଙ୍କ ପ୍ରତ୍ୟାହାର ଆରମ୍ଭ କରିଛି।
Trending
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post