ନବୀନ କାର୍ଡର ଶୁଭାରମ୍ଭ
ରାଜ୍ୟ ସରକାର ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ୱାସ୍ଥ୍ୟ ସେବା ଉଲ୍ଲେଖନୀୟ ଅଗ୍ରଗତି ହାସଲ କରିଛି । ଯୋଜନାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡାକ୍ତର ବୃନ୍ଦା ଡି.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରୁ ଏହା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟ ଭିତର ଓ ବାହାରର ୫୫୪ଟି ସୁପର ସ୍ପେସିଆଲିଟି ହସ୍ପିଟାଲକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ସେଥିମଧ୍ୟରୁ ୧୦୩ ହସ୍ପିଟାଲ ରାଜ୍ୟ ବାହାରର । ପୂର୍ବରୁ ରାଜ୍ୟରେ ଥିବା ଆଉ ୨୯ଟି ସ୍ପେସିଆଲିଟି ହସ୍ପିଟାଲକୁ ତାଲିକାଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଥିଲେ।ପ୍ରଥମ ପର୍ଯ୍ୟାୟରେ ସବୁ ଲୋକଙ୍କୁ, ସେମାନଙ୍କର ରୋଜଗାର ଓ ବାସସ୍ଥାନ ନିର୍ବିଶେଷରେ, ସବୁ ସରକାରୀ ଚିକିତ୍ସାଳୟରେ ସମସ୍ତ ଉପଲବ୍ଧ ଚିକିତ୍ସା ସୁବିଧା ସଂପୂର୍ଣ୍ଣ ମାଗଣାରେ ମିଳୁଛି । ଦ୍ବିତୀୟ ପର୍ଯ୍ୟାୟରେ, ସବୁ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାମ ଯୋଜନାରେ ଘରୋଇ ଚିକିତ୍ସାଳୟ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ମିଳୁଛି। BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି ।