ନିର୍ବାଚନୀ ହିଂସା:କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ
ହିଂସାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ।ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।