ଆଜି ଭୋର ସମୟରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ନୂଆ ଦାୟିତ୍ଵ ଗ୍ରହଣ ପରେ ଭି.କେ ପାଣ୍ଡିଆନ । ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା ବି କରିଛନ୍ତି। ଏହା ତାଙ୍କର ପ୍ରଥମ ସମୀକ୍ଷା କାର୍ଯ୍ୟକ୍ରମ। ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀ ପାଣ୍ଡିଆନ୍। ଏହା ନୂଆବର୍ଷରେ ଭକ୍ତଙ୍କ ପାଇଁ ନୂଆ ଅନୁଭୂତି ହେବ ବୋଲି ସେ କହିଛନ୍ତି। ଏହା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ। ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀ ସେତୁ କାମର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post