ଆଜି ଭୋର ସମୟରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭାବେ ନୂଆ ଦାୟିତ୍ଵ ଗ୍ରହଣ ପରେ ଭି.କେ ପାଣ୍ଡିଆନ । ଭୋର୍ ୪ଟା ରୁ ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା ବି କରିଛନ୍ତି। ଏହା ତାଙ୍କର ପ୍ରଥମ ସମୀକ୍ଷା କାର୍ଯ୍ୟକ୍ରମ। ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀ ପାଣ୍ଡିଆନ୍। ଏହା ନୂଆବର୍ଷରେ ଭକ୍ତଙ୍କ ପାଇଁ ନୂଆ ଅନୁଭୂତି ହେବ ବୋଲି ସେ କହିଛନ୍ତି। ଏହା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡ଼ିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ। ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀ ସେତୁ କାମର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ।
Trending
- ଆଖି ବୁଜିଲେ ବଳଙ୍ଗା ପୀଡ଼ିତା,ଆଜି ଓଡ଼ିଶା ଆସିବ ମରଶରୀର
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
Prev Post
Next Post