ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଧରିଛନ୍ତି। ସେ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ଟୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରୁଛନ୍ତି। ବୁଧବାର ଭୋରୁ ପାଣ୍ଡିଆନ ଏକ ପ୍ରେମିଟ୍ ଡକାଇଛନ୍ତି। ଏଥିରେ ସେ ଖବରଦାତାଙ୍କ ଅନେକ ପ୍ରଶ୍ନର ଜବାବ ରଖିଛନ୍ତି।ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିଛନ୍ତି ଓଡ଼ିଶାବାସୀ କ’ଣ ଚାହୁଁଛନ୍ତି। ସେହି ହିସାବରେ ସେ କାର୍ଯ୍ୟ କରନ୍ତି। ୨୦୧୯ରେ କେନ୍ଦ୍ରପଡରେ ବ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଲେ ବିଜେଡି ଏଥର ସରକାର ଗଢିବନି। କିନ୍ତୁ ବିଜେଡି ବିପୁଳ ଭାବରେ ଜିତିଥିଲା। ଏଥର ମଧ୍ୟ ତାହା ହିଁ ଘଟିବ। ୨୦୧୯ରେ ୮ଜଣ ଭାଜପା ଏମପି ଓଡ଼ିଶାରୁ ନିର୍ବାଚିତ ହୋଇଥିଲେ । ହେଲେ ଭାଜପା ଏମ୍ପି ଥରେ ବି ରାଜ୍ୟ ସ୍ବାର୍ଥ ପାଇଁ ପାଟି ଫିଟେଇଲେ ନାହିଁ । କିନ୍ତୁ ବିଜେଡି ଆଭିମୁଖ୍ୟ ଓଡ଼ିଶାର ହବ ଓ ସ୍ବାର୍ଥ ପାଇଁ ଲଢିବା ଏବଂ ବିଜେଡିର ଏମ୍ପି ରାଜ୍ୟ ସ୍ବାର୍ଥ ପାଇଁ ହିଁ କାମ କରୁଛନ୍ତି । ଭାଜପା ପାଖରେ ପ୍ରସଙ୍ଗ ନାହିଁ। ପ୍ରସଙ୍ଗ ନ ଥିବା ଅସ୍ମିତା କଥା ଉଠାଉଛି।
ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି, ଭାଜପା ସରକାରକୁ ଆସିବା ପାଇଁ ମାନିଫେଷ୍ଟୋ ଆଣିଛି । ବିଜେଡି ସେବା ପାଇଁ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ମାନିଫେଷ୍ଟୋ ଆଣିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେନିଫେଷ୍ଟୋ ପାଇଁ ସମସ୍ତେ ଅନାଇ ବସିଛନ୍ତି ।
Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Prev Post
Next Post