ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏକାମ୍ର ନିର୍ବାଚନମଣ୍ଡଳୀର ବିଜେଡି ଲଗାତାର ଶକ୍ତି ପ୍ରଦର୍ଶନ କରିଚାଲିଛି। ଆଜି ଏକାମ୍ରରେ ମହିଳାମାନଙ୍କର ଏକ ବଡ଼ ସମାବେଶ ଆୟୋଜନ କରାଯାଇଥିଲା। କାର୍ଗିଲ୍ ପଡ଼ିଆରେ ହୋଇଥିବା ଏହି ସମାବେଶକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍ଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସଶକ୍ତୀକରଣ ପାଇଁ ନେଇଥିବା ଗୁରୁ୍ତ୍ବପୂର୍ଣ୍ଣ ପଦକ୍ଷେପଗୁଡ଼ିକୁ ଶ୍ରୀ ପଣ୍ଡା ବର୍ଣ୍ଣନା କରିଥିଲେ। ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ମହିଳାମାନଙ୍କ ଉତ୍ଥାନ ପାଇଁ ବିଜେଡି ସରକାର ସଂକଳ୍ପବଦ୍ଧ ବୋଲି ସେ କହିଥିଲେ।ସଭାପତି ଓ ସମ୍ପାଦିକାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭୁବନେଶ୍ବରର ଅନ୍ୟ ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ ରାଉତ, କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ମିସନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ଗୀତା ବସ୍ତିଆ, ସମାଜସେବୀ କସ୍ତୁରୀ ମହାପାତ୍ର, ଭୁବନେଶ୍ୱର ମହିଳା ସଭାପତି ବିଜୟଲକ୍ଷ୍ମୀ ମହାପାତ୍ର, ଏକାମ୍ର ସଭାପତି ମହାମାୟା ସ୍ବାଇଁ ଓ ସ୍ଥାନୀୟ କର୍ପୋରେଟର ଚାରୁଲତା ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post