ଆଜି ଦିଲ୍ଲୀରେ ବିଜେପି ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି | ବିଜେପିର ମୁଖ୍ୟମନ୍ତ୍ରୀ ପରିଷଦର ଏହି ବୈଠକରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ସହିତ ଅନ୍ୟାନ୍ୟ ନେତା ବୈଠକରେ ଯୋଗ ଦେଇଥିଲେ |ଏହି ବୈଠକରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ସହ ଦେବେନ୍ଦ୍ର ଫଡନାଭିସ, ବୀରେନ ସିଂହ, ବସବରାଜ ବୋମାଇ, ଜୟରାମ ଠାକୁର ମଧ୍ୟ ଉପସ୍ଥିତ ଥିଲେ | ବୈଠକରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ବିକାଶ ଏବଂ କଲ୍ୟାଣ ଯୋଜନା ଉପରେ ସେମାନଙ୍କର ରିପୋର୍ଟ ଉପସ୍ଥାପନ କରିଛନ୍ତି | ବିଶେଷ କରି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରିବା ସହ ଏଥିରେ ଗରିବ ଏବଂ ପଛୁଆ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବାକୁ କଣ ସବୁ କରାଯାଇଛି, ସେ ନେଇ ମୋଦୀଙ୍କୁ ଜଣାଇଛନ୍ତି |
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା