ଲୋକସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ପରାଜୟକୁ ଗ୍ରହଣ କରିବା ବିଜେପି ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ରାଜ୍ୟରେ ପରାଜୟ ପରେ ସମୀକ୍ଷା ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ସଭାପତି ଭୁପେନ୍ଦ୍ର ଚୌଧୁରୀ ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟି ପରାଜୟ ରିପୋର୍ଟ ମଧ୍ୟ ତାଙ୍କ ନିକଟରେ ଦାଖଲ କରିଛନ୍ତି। ପରାଜୟ ପରେ ଅଯୋଧ୍ୟାରେ ମହନ୍ତ ରାଜୁ ଦାସ ଏବଂ ଡିଏମ ନୀତୀଶ କୁମାରଙ୍କ ମଧ୍ୟରେ ବିବାଦ ହୋଇଛି। ତେବେ ରାଜ୍ୟରେ ପରାଜୟ ଯୋଗୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ରାଜନୈତିକ ସାମ୍ବାଦିକମାନେ ମତ ଦେଇଛନ୍ତି।ପ୍ରକୃତରେ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପ୍ରସଙ୍ଗରେ ପ୍ରଥମେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଦାବି କରିଥିଲେ। ଗତ ମାସରେ, ଯେତେବେଳେ କେଜ୍ରିୱାଲ ନିର୍ବାଚନ ପ୍ରଚାର ପାଇଁ କୋର୍ଟରୁ ୨୧ ଦିନ ଜାମିନ ପାଇଥିଲେ। ଏହା ପରେ ସେ ବାହାରକୁ ଆସିବା ମାତ୍ରେ ବିଜେପିକୁ ଟାର୍ଗେଟ କରି କହିଥିଲେ ଯେ ଉତ୍ତରପ୍ରଦେଶର ସିଏମ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ