ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ବରେ ସମ୍ମାନିତ କରିଛନ୍ତି। ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି। ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ ହଟାଇବାର ସମୟ ଆସିଛି। ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ହେଲେ ପରେ ନିଜର ସ୍ବାର୍ଥ ଲାଗି ବିଜେପିର ହାତ ଛାଡ଼ିଥିଲେ। ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତା ଆଣିବାର ସମୟ ଆସିଛି। ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି। ଲୋକଙ୍କ ପାଇଁ ହେବ ବିଜେପି ସରକାର। ରାଜ୍ୟର ସଚିବାଳୟ ସମସ୍ତଙ୍କ ପାଇଁଖୋଲା ରହିବ।୨୦୨୦ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେଡିରୁ ବିଦା ହେବା ପରଠାରୁ ସେ ବିଜେପି ଆଡ଼କୁ ଢଳିବା ନେଇ ଚର୍ଚ୍ଚା ହେଉଥିଲା। ଆଉ ଏବେ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନାରେ ପୂର୍ଣ୍ଣଚ୍ଛେଦ ଟାଣି ସେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ