ତାମିଲାଗା ଭେଟ୍ରି କାଝାଗାମ (ଟିଭିକେ) ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟାଜନିତ ମୃତ୍ୟୁସଂଖ୍ୟା ୪୦ରେ ପହଞ୍ଚତ୍ଥିବାବେଳେ ଶତାଧିକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦଳାଚକଟା ପଛରେ ଷଡ଼ଯନ୍ତ୍ର ଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଟିଭିକେ ରବିବାର ମାଡ୍ରାସ ହାଇକୋର୍ଟଙ୍କ ଦ୍ୱାରସ୍ଥ କରାଯାଇଛି। ଦଳାଚକଟାଜନିତ ମୃତ୍ୟୁ ଘଟଣାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) କିମ୍ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଦ୍ୱାରା କରାଇବା ପାଇଁ ନିର୍ଦ୍ଦେଶ ଦେବାକୁ ଟିଭିକେ ପକ୍ଷରୁ ହାଇକୋର୍ଟ ବିଚାରପତି ଏମ୍. ଧଣ୍ଡପାନିଙ୍କୁ ନିବେଦନ କରାଯାଇଛି। ୪୦ ଜଣଙ୍କ ମୃତ୍ୟୁ ଘଟଣାର ବିଚାର ଅଦାଲତ ନିଜଆଡ଼ୁ କରିବାକୁ ଟିଭିକେର ଓକିଲମାନେ ନିବେଦନ କରିଛନ୍ତି। ହାଇକୋର୍ଟଙ୍କ ମଦୁରାଇ ଶାଖାରେ ପିଟିଶନ ଦାଏର କରିବାକୁ ବିଚାରପତି କହିବା ସହ ସୋମବାର ଶୁଣାଣି ହେବ ବୋଲି କହିଛନ୍ତି। ଅନ୍ୟପକ୍ଷରେ କରୁର ଦଳାଚକଟା ଘଟଣାର ତଦନ୍ତ ନ ସରିବା ପର୍ଯ୍ୟନ୍ତ ବିଜୟଙ୍କ ଜନସମାବେଶ ଉପରେ ନିଷେଧାଦେଶ ଲଗାଇବାକୁ ହୋଇଥିବା ଆବେଦନର ଜରୁରୀ ଶୁଣାଣି ଜଷ୍ଟିସ୍ ଏନ୍. ସେନ୍ଥିଲ କୁମାରଙ୍କ ଖଣ୍ଡପୀଠରେ ହେବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ