ହାଇଦ୍ରାବାଦ: ତେଲେଙ୍ଗାନାର ସମସ୍ତ ୧୧୯ ବିଧାନସଭା ଆସନରେ ଆଜି ଭୋଟ୍ ଗ୍ରହଣ ସହିତ ସମସ୍ତ ୫ ରାଜ୍ୟର ବିଧାନସଭା ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ପୂର୍ବରୁ ରାଜସ୍ଥାନ, ଛତିଶଗଡ଼, ମଧ୍ୟପ୍ରଦେଶ ଓ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଥିଲା ଏବଂ ଆଗାମୀ ୩ ତାରିଖ ଦିନ ୫ ରାଜ୍ୟର ଫଳ ଆସିବ। ତେଲେଙ୍ଗାନାରେ ଆଜି କଡ଼ା ସୁରକ୍ଷା ସତ୍ତ୍ବେ ବିଭିନ୍ନ ଜିଲ୍ଲାରେ ହିଂସାକାଣ୍ଡ ଘଟିଥିବା ରିପୋର୍ଟ ମିଳିଛି। ରାଜ୍ୟରେ ମୋଟ ୬୪.୧୨ ପ୍ରତିଶତ ଭୋଟର୍ ସେମାନଙ୍କ ମତାଧିକାର ସାବସ୍ତ କରିଥିବା ବେଳେ ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ବନ୍ଦ ହୋଇଯାଇଛି। ଏହି ନିର୍ବାଚନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ, ତାଙ୍କ ପୁଅ ତଥା ମନ୍ତ୍ରୀ କେଟି ରାମା ରାଓ, ରାଜ୍ୟ କଂଗ୍ରେସ ସଭାପତି ଏ ରେବନ୍ତ ରେଡ୍ଡି ଏବଂ ବିଜେପି ଲୋକସଭା ସାଂସଦ ବି. ସଂଜୟ କୁମାର ଏବଂ ଡି. ଅରବିନ୍ଦଙ୍କ ରାଜନୈତିକ ଭାଗ୍ୟ ଫଇସଲା କରିବ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Next Post
