ମହାରାଷ୍ଟ୍ରରେ ବଡ ଧରଣର ରାଜନୈତିକ ପଟ୍ଟ ପରିବର୍ତ୍ତନ ପରେ, ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଖାଲି ସେତିକି ନୁହେଁ, ବିଜେପି ମଧ୍ୟ ଏକନାଥଙ୍କ ସହ ମିଶି ପୁଣି ମହାରାଷ୍ଟ୍ରରେ ସରକାରକୁ ଫେରିଛି, ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ ଦୁଇ ନେତା ଶପଥ ନେବାର ଏତେ ଦିନ ବିତିଯାଇଥିଲେ ବି ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ଗଠନ ହୋଇପାରିନି କି ନୂଆ ମନ୍ତ୍ରୀ ମାନେ ଶପଥ ନେଇନାହାଁନ୍ତି । ତେଣୁ ଏସବୁ ଭିତରେ ଖୁବଶୀଘ୍ର ଏକନାଥ ସରକାରର ମନ୍ତ୍ରୀମଣ୍ଡଳ ଗଠନ ହେବ ବୋଲି ଚର୍ଚ୍ଚା ହେଉଛି ।କୁହାଯାଉଛି ଏଥର ମହାରାଷ୍ଟ୍ରରେ ମୋଟ ୪୨ ଜଣ ମନ୍ତ୍ରୀ ରହିବେ । ଏଥିରେ ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀ ପଦ ମଧ୍ୟ ସାମିଲ ଅଛି । ଏକନାଥ ସିନ୍ଦେ ଏବେ ମୁଖ୍ୟମନ୍ତ୍ରୀ ଭାବରେ ଥିବାବେଳେ, ଦେବେନ୍ଦ୍ର ଫଡନାବିସ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେଣୁ ଆଉ ୪୦ ଜଣ ନେତା ମନ୍ତ୍ରୀ ପଦ ପାଇବେ ।
Trending
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ମୟୂରଭଞ୍ଜର ବିକାଶ ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧ ପରିକର – ଧର୍ମେନ୍ଦ୍ର ପ୍ରଧାନ
- ଇ-ପ୍ରଶାସନର ଜ୍ୱଳନ୍ତ ଉଦାହରଣ ପାଲଟିଛି କେନ୍ଦୁଝରର ଶୁଆକାଟି ପଞ୍ଚାୟତ