ସୋମବାର ସଂଧ୍ୟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶପଥ ନେବେ । ତେବେ କିଏ ମୁଖ୍ୟମନ୍ତ୍ରୀ ହେବ ତାଙ୍କ ନାମ ଘୋଷଣା କରିନି ବିଜେପି । ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେବେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ବିଜେପିର ସଂସଦୀୟ ବୋର୍ଡ ନେବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦିଲ୍ଲୀରୁ ଫେରିବା ପରେ ଶ୍ରୀ ସାମଲ କହିଛନ୍ତି, ମୁଁ ନିର୍ବାଚନ ହାରିଥିବାରୁ ମୁଖ୍ୟମନ୍ତ୍ରୀ ରେସ୍ରେ ନାହିଁ। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସଂସଦୀୟ ବୋର୍ଡ ବୈଠକ ବସି ନିଷ୍ପତ୍ତି ନେବ। ଏପର୍ଯ୍ୟନ୍ତ କିଛି ସ୍ଥିର ହୋଇନି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post