ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ । ଏନେଇ ପ୍ରେସମିଟରେ ଘୋଷଣା କରିଛନ୍ତି ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ସେ ଗତକାଲି ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଲୋକସଭା ଓ ରାଜ୍ୟସଭା ପାଇଁ ସୁଯୋଗ ଦେଇଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି । ରାଜନୀତିରୁ ଅବସର ନେଲେ ମଧ୍ୟ ପୂର୍ବଭଳି ସମାଜସେବା ଜାରି ରଖିବେ ବୋଲି ଅଚ୍ୟୁତ କହିଛନ୍ତି ।୨୦ ଜାନୁଆରୀ ୧୯୬୫ରେ ଜନ୍ମ ହୋଇଥିବା ଅଚ୍ୟୁତାନନ୍ଦ ସାମନ୍ତ ଓଡ଼ିଶାର ଜଣେ ସାମଜିକ ଉଦ୍ୟୋକ୍ତା, ଶିକ୍ଷକ, ସମାଜସେବୀ ଏବଂ ରାଜନୀତିଜ୍ଞ । ଭୁବନେଶ୍ୱରରେ ଥିବା କିଟ୍ ବିଶ୍ୱବିଦ୍ୟାଳୟ (KIIT) ଏବଂ କିସ୍ ର (KISS) ସେ ପ୍ରତିଷ୍ଠାତା ଅଟନ୍ତି । ୧୭ଶ ଲୋକ ସଭାକୁ ସେ କନ୍ଧମାଳ ନିର୍ବାଚନ ମଣ୍ଡଳୀରୁ ବିଜେଡିର ପ୍ରାର୍ଥୀ ରୂପେ ନିର୍ବାଚିତ ହୋଇଥିଲେ ।ନିଜେ ପ୍ରତିଷ୍ଠା କରିଥିବା କାଦମ୍ବିନୀ ମିଡ଼ିଆଦ୍ୱାରା ସେ ସଂସ୍କୃତି ଏବଂ କଳାର ପ୍ରଚାର ମଧ୍ୟ କରନ୍ତି । ନହ୍ନି ପରୀ ନାମକ ଲିଟିଲ ମିସ ଇଣ୍ଡିଆ ପ୍ରତିଯୋଗିତାର ସେ ୨୦୦୦ ମସିହାରୁ ଆୟୋଜନ କରୁଛନ୍ତି । ସେ ୨୫ଟି ଆଧ୍ୟାତ୍ମିକ କେନ୍ଦ୍ର ସ୍ଥାପନା କରିସାରିଛନ୍ତି ଏବଂ ମହାତ୍ମାଗାନ୍ଧୀଙ୍କର ସ୍ମୃତିରେ ଗାନ୍ଧୀ ଗ୍ରାମ ନାମକ ସଂଗ୍ରହାଳୟ ସ୍ଥାପନ କରିବାକୁ ଯାଉଛନ୍ତି; ଯେଉଁଥିରେ ଆଦିବାସୀ ଲୋକଙ୍କର ଜୀବନ ଶୈଳୀ, କଳା, ସଂସ୍କୃତି ଏବଂ ଯୋଗ ଏବଂ ଆଧ୍ୟାତ୍ମିକ ମନୋଭାବ ପାଇଁ ଏକ କେନ୍ଦ୍ର ରହିବ । ତାଙ୍କୁ ସମ୍ମାନଜନକ ଡି ଲିଟ (Doctor of Letters (D.Litt.) ଉପାଧି ଡ୍ୟାଫୋଡିଲ ଅନ୍ତର୍ଜାତୀୟ ମହାବିଦ୍ୟାଳୟରୁ ମିଳିଥିଲା ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post