ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ମହାରାଷ୍ଟ୍ରର ଖାନାପୁର ବିଧାନସଭା କ୍ଷେତ୍ରର ଶିବସେନା (ଶିନ୍ଦେ ଗୋଷ୍ଠୀ)ର ଜଣେ ବିଧାୟକଙ୍କର ବିୟୋଗ ଘଟିଛି । ବିଧାୟକ ଅନିଲ ବାବରଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା । ସାଙ୍ଗଲି ଜିଲ୍ଲାର ଏକ ହସ୍ପିଟାଲରେ ଅନିଲ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି । ଅନିଲଙ୍କ ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।୨୦୨୨ ମସିହାରେ ମହାରାଷ୍ଟ୍ରରେ ଦେଖାଦେଇଥିବା ବେଳେ ବିଦ୍ରୋହ ପରେ ଶିବସେନା ଦୁଇଭାଗରେ ବିଭକ୍ତ ହୋଇଥିଲା । ବିଦ୍ରୋହୀ ବିଧାୟକଙ୍କୁ ଧରି ଏକନାଥ ଶିନ୍ଦେ ବିଜେପି ସହ ମିଶି ରାଜ୍ୟରେ ସରକାର ଗଠନ କରିଥିଲେ । ସେହି ସମୟରେ ଅନିଲ ଶିନ୍ଦେ ଗୋଷ୍ଠୀ ସହିତ ଥିଲେ । ୨୦୧୯ ମସିହାରେ ଅନିଲ ଶିବସେନା ଟିକେଟରେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ୪ ଥର ବିଧାୟକ ରହିଥିଲେ । ତାଙ୍କର ମୃତ୍ୟୁରେ ବହୁ ବିଶିଷ୍ଟ ରାଜନେତାମାନେ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post