୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର ସଂଗଠନରେ ବଡ଼ ଅଦଳବଦଳ କରିଛି । ଶନିବାର ଦଳ ଛତିଶଗଡ଼ର ପ୍ରଭାରୀ ଭାବେ ସଚିନ ପାଇଲଟଙ୍କୁ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଅବିନାଶ ପାଣ୍ଡେଙ୍କ ସ୍ଥାନରେ ୟୁପିର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି । ସେହିପରି ଅଶୋକ ଗେହଲଟଙ୍କୁ ନ୍ୟସନାଲ ଏଲାୟନ୍ସ କମିଟିରେ ସାମିଲ କରାଯାଇଛି । ଅପରପକ୍ଷରେ କଂଗ୍ରେସ ସଂଗଠନରେ ଏହି ଅଦଳବଦଳକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଛି । ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ରାଜସ୍ଥାନରେ କଂଗ୍ରେସ ପରାଜିତ ହୋଇଥିବା ପଛରେ ପାଇଲଟ ଓ ଗେହଲଟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦକୁ ଦାୟି କରାଯାଉଛି । ଏହା ବ୍ୟତୀତ ଆଗାମୀ ଲୋକସଭା ନିର୍ବାଚନରେ ଦୁହିଙ୍କୁ ନେଇ ଦଳ କୌଣସି ରିସ୍କ ନେବାକୁ ଚାହୁଁନି । ସେଥିପାଇଁ ପାଇଲଟ ଏବଂ ଗେହଲଟଙ୍କୁ ରାଜସ୍ଥାନ ବାହାରେ ଦାୟିତ୍ୱ ଦିଆଯାଇଛି ।ରାଜସ୍ଥାନରେ କଂଗ୍ରେସ କ୍ଷମତାରେ ଥିବା ସମୟରେ ଗେହଲଟ ଏବଂ ପାଇଲଟଙ୍କ ମଧ୍ୟରେ ଗାଦିକୁ ନେଇ ଜବରଦସ୍ତ ପ୍ରତିଦ୍ୱନ୍ଦିତା ଦେଖିବାକୁ ମିଳୁଥିଲା । ପରିମାଣ ସ୍ୱରୂପ ଦୁହିଙ୍କ ମଧ୍ୟରେ ବିବାଦ ବୃଦ୍ଧି ପାଇଥିଲା ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post