ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ ବାଲେଶ୍ବର ହିଂସା ଏବଂ ଦରବୃଦ୍ଧି, ରଥଯାତ୍ରାରେ ପରିଚାଳନା, ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ ସରକାରଙ୍କୁ ଘେରିବ ବୋଲି ଜଣାପଡିଛି ।ବୈଠକରେ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଆଲୋଚନା କରାଯିବା ସହ ଆଗାମୀ ବିଧାନସଭା ଅଧିବେଶନରେ ଦଳର ରଣନୀତି ପ୍ରସଙ୍ଗ ନେଇ ଆଲୋଚନା କରାଯାଇଛି । ଜୁଲାଇରୁ ବିଜେପି ୩୦୦ ୟୁନିଟ ମାଗଣା ବିଜୁଳି ପାଇଁ ବିଜେପି ପ୍ରତିଶ୍ରୃତି ଦେଇଥିଲା । ଏ ସମ୍ପର୍କରେ ବି ସରକାରଙ୍କୁ ବିଜେଡି ଜବାବ ମାଗିବ ।
Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Prev Post
Next Post