ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନେଇ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଅଭିଯୋଗ ଅନୁସାରେ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ନିର୍ମାଣ ହୋଇଛି ଶଙ୍ଖ ଭଵନ। ରାଜଧାନୀ ଛାତି ଉପରେ ବେଆଇନ ଭାବେ ନିର୍ମାଣ ହୋଇଛି ବିଜେଡିର ପାର୍ଟି ଅଫିସ। କିସମ ‘ସଡ଼କ’କୁ ଘରବାଡ଼ି କିସମରେ ବଦଳାଇ ତାହା ଉପରେ ତୋଳା ହୋଇଛି ବିଶାଳ ଶଙ୍ଖ ଭବନ। ଖାଲି ସେତିକି ନୁହେଁ, ସବୁ ନିୟମ କାନୁନକୁ ମୋଡ଼ି ମକଚି ଏହି ଜାଗାକୁ ସରକାରଙ୍କଠାରୁ ଶାଗମାଛ ଦରରେ କିଣି ନେଇଥିବା ଅଭିଯୋଗ ହୋଇଛି।୪ଟି ପ୍ଲଟକୁ ମିଶାଇ ୧ ଏକର ୧୮୩ ଡିସିମିଲି ଜାଗା ଉପରେ ନିର୍ମାଣ ହୋଇଛି ଶଙ୍ଖ ଭବନ। ସେଗୁଡ଼ିକ ହେଉଛି ଗଙ୍ଗନଗର ମୌଜାର ପ୍ଲଟ୍ ନଂ ୭୯୭, ପ୍ଲଟ୍ ନଂ ୮୦୦, ପ୍ଲଟ୍ ନଂ ୭୯୭/୮୪୯ ଏବଂ ପ୍ଲଟ୍ ନଂ ୭୯୮। ପ୍ରଥମ ତିନୋଟି ପ୍ଲଟର କିସମ ଘରବାଡ଼ି ଥିଲା, ଆଉ ଚତୁର୍ଥ ପ୍ଲଟ୍ ଅର୍ଥାତ୍ ୭୯୮ଜାଗାର କିସମ ହେଉଛି ରୋଡ୍ ବା ସଡ଼କ। ଏହି ଜାଗାକୁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଆବେଦନକାରୀ ବିଜେଡିକୁ ଲିଜ୍ ସୂତ୍ରରେ ଦେଇଛନ୍ତି। ଏହାର କିସମ ପରିବର୍ତ୍ତନ ହୋଇପାରିବ ନାହିଁ ବୋଲି ଲିଜ୍ ଡିଲରେ ସ୍ପଷ୍ଟ ଭାବରେ ଉଲ୍ଲେଖ କରାଯାଇଛି। ଯାହାର ଲେଟର ମଧ୍ୟ ସାମ୍ନାକୁ ଆସିଛି, ମାତ୍ର ଏହି ପ୍ଲଟକୁ ଅନ୍ୟ ତିନୋଟି ଘରବାଡ଼ି ପ୍ଲଟ୍ ସହ ମିଶାଇ ଶଙ୍ଖ ଭବନ ନିର୍ମାଣ କରାଯାଇଛି। ତାହା ପୁଣି ସରକାରଙ୍କ ଅନୁମୋଦନରେ। ଅର୍ଥାତ୍ ଏକ ପ୍ରାଇଭେଟ୍ ପାର୍ଟି ବା ବିଜେଡି ଦଳକୁ ସାଧାରଣ ଜନତାଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ସଡ଼କ ଉପରେ ଘର ନିର୍ମାଣ ପାଇଁ ଅନୁମତି ଦିଆଯାଇଛି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post