ବିଧାନସଭା ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି । ଷଷ୍ଠ ପର୍ଯାୟରେ ୯ ଜଣଙ୍କ ନାଁ ଘୋଷଣା କଲା ବିଜେଡ଼ି । ବଡ଼ଚଣାରୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ ଦେଇ ସରପ୍ରାଇଜ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ୨ ଦିନ ତଳେ ବିଜେଡ଼ିରେ ଯୋଗ ଦେଇଥିଲେ ବର୍ଷା ପ୍ରିୟଦର୍ଶିନୀ । ସେହିପରି ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନୁ ସେଠୀ, କେନ୍ଦ୍ରାପଡ଼ାରୁ ଗଣେଶ୍ୱର ବେହେରା, କରଞ୍ଜିଆରୁ ବାସନ୍ତି ହେମବ୍ରମ୍, ସାରସକଣାରୁ ଦେବାଶିଷ ମାର୍ଣ୍ଡି, ଚମ୍ପୁଆରୁ ସନାତନ ମହାକୁଡ, ରେମୁଣାରୁ ବିଦ୍ୟାସ୍ମିତା ମାହାଳିକ ଏବଂ ସିିମୁଳିଆରୁ ସୁଭାସିନୀ ସାହୁ ବିଧାନସଭା ପ୍ରାର୍ଥୀ ହୋଇଛନ୍ତି । ଅପରପକ୍ଷରେ ୫ ଜଣ ବିଧାୟକଙ୍କୁ ବିଜେଡ଼ିରେ ଟିକେଟ ମିଳିଲାନି । ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ, ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀ, ଚମ୍ପୁଆ ବିଧୟକ ମିନାକ୍ଷୀ ମହାନ୍ତ ଏବଂ କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରା ।ବିଜେଡି ଏପର୍ଯ୍ୟନ୍ତ ୧୩୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିସାରିଥିବା ବେଳେ ୧୨ଟି ଆସନରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ । ଏପଟେ ବିଜେପି ୧୬ଟି ଆସନରେ ନାଁ ଘୋଷଣା କରିନି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ