ଆଜି ଭାରତର ୧୬ଶ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୋଟ୍ ଦାନ କେନ୍ଦ୍ରରେ ପହଞ୍ଚି ପ୍ରଥମେ ଭୋଟ୍ ଦେଇଛନ୍ତି। ତା’ପରେ ଗୃହମନ୍ତ୍ରୀ ଅମିତ ଶାହ ସଂସଦରେ ପହଞ୍ଚି ଭୋଟ୍ ଦେଇଥିଲେ।ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଭୋଟ୍ ଗ୍ରହଣ ଚାଲିଥିବାରୁ ପାର୍ଲାମେଣ୍ଟ୍ ଭିତରେ ଏବଂ ପାର୍ଲାମେଣ୍ଟ୍ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।ଆଜି ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଭୋଟ୍ ଗ୍ରହଣ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ। ଆଜିର ଭୋଟ୍ରେ ସାଂସଦମାନଙ୍କ ପାଇଁ ଉଦ୍ଦିଷ୍ଟ ବାଲଟ୍ ପେପର୍ର ରଙ୍ଗ ସବୁଜ ହୋଇଥିବା ବେଳେ ବିଧାୟକମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ବାଲଟ୍ ପେପର୍ର ରଙ୍ଗ ଗୋଲାପୀ। ଏହି ବାଲଟ୍ ପେପର୍ରେ ସାଂସଦ ଓ ବିଧାୟକମାନେ ଏକ ସ୍ବତନ୍ତ୍ର କଲମରେ ଭୋଟ୍ ଦେଉଛନ୍ତି।ଆଜି ସକାଳେ ‘ଏନ୍ଡିଏ’ର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ମଧ୍ୟ ଟୁଇଟ୍ କରି ଲେଖିଥିଲେ: ଆଜି ରାଷ୍ଟ୍ରପତି ନିର୍ବାଚନ। ମହାଦେବଙ୍କ ଆଶିଷ ମିଳିବ ବୋଲି ମୋର ବିଶ୍ବାସ। ହର ହର ମହାଦେବ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା